ଏମ୍‌ସରେ ବାଜପେୟୀ: ଭେଟିଲେ ମୋଦି

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଗୁରୁତର ଭାବେ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଛି।  ତେବେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ଏମ୍‌ସ ଯାଇ ତାଙ୍କୁ ଭେଟିବା ସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରିବୁଝିଛନ୍ତି। ପୂର୍ବରୁ ରାହୁଲ ଗାନ୍ଧି ମଧ୍ୟ ବାଜପେୟୀଙ୍କୁ ଭେଟିବାକୁ ଯାଇଥିଲେ। ବାଜପେୟୀ ରୁଟିନ ଚେକ ଅପ୍ ପାଇଁ ଆସିଥିବାବେଳେ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ଏମ୍‌ସରେ ରଖାଯାଇଛି ।

ଏବେ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ବାଜପେୟୀ ଦୀର୍ଘଦିନରୁ ଅସୁସ୍ଥ ହୋଇ ଏମ୍‌ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆଙ୍କ ଦ୍ୱାରା ଚିକିତ୍ସିତ ହେଉଛନ୍ତି।   ସେପଟେ ବିଜେପି ଅଧ୍ୟକ୍ଷ ଅମିତ ଶାହା ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଓ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରମୁଖ ଏମ୍‌ସ  ଯାଇ ଡାକ୍ତରଙ୍କଠାରୁ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।

Previous ArticleNext Article

Send this to a friend