କୃଷ୍ଣସାର ମୃଗ ଶିକାର ମାମଲାରେ ସଲମାନ ଦୋଷୀ ସାବ୍ୟସ୍ତ

salman

ଯୋଧପୁର: ବହୁଚର୍ଚ୍ଚିତ କୃଷ୍ଣସାର ମୃଗ ଶିକାର ମାମଲାରେ ବଲିଉଡ୍ ଷ୍ଟାର ସଲମାନ ଖାନ୍ ଦୋଷୀ ସାବ୍ୟସ୍ତ। ଦୁଇ ଦଶନ୍ଧି ଧରି ଚାଲିଥିବା ଏହି ମାମଲାରେ ସଲମାନ ଏକୁଟିଆ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଅନ୍ୟ ସବୁ ଅଭିଯୁକ୍ତ ସୈଫ ଅଲୀ ଖାନ୍, ସୋନାଲି ବେନ୍ଦ୍ରେ, ନୀଲମ ଓ ତବୁ ଦୋଷମୁକ୍ତ ହୋଇଛନ୍ତି। ଯୋଧପୁର ଜିଲ୍ଲା ଓ ସେସନ୍ସ କୋର୍ଟ ଏହି ରାୟ ଦେଇଛନ୍ତି। ସଲମାନ ଦୋଷୀ ସାବ୍ୟସ୍ତ ହେବା ପରେ ଏବେ କୋର୍ଟରେ ଦଣ୍ଡବିଧାନ ନେଇ ଶୁଣାଣି ଚାଲିଛି।

୧୯୯୮ ମସିହା ଅକ୍ଟୋବର ୨ ତାରିଖରେ ଯୋଧପୁରରେ କୃଷ୍ଣସାର ମୃଗ ଶିକାର ହୋଇଥିଲା। ସଲମାନଙ୍କ ସମେତ ଅନ୍ୟ କଳାକାରମାନେ ହିନ୍ଦୀ  ଫିଲ୍ମ ‘ହମ୍ ସାଥ ସାଥ ହେ’ର ସୁଟିଂ ବେଳେ କୃଷ୍ଣସାର ମୃଗ ଶିକାର କରିଥିବା ନେଇ ଅଭିଯୋଗ ହୋଇଥିଲା

Previous ArticleNext Article

Send this to a friend