ବଢି ଚାଲିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚାର ବିକ୍ଷୋଭ

bjp

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢି ଚାଲିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଅଭିଯୋଗ ନେଇ ଆଜି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।  ରାଜ୍ୟ ସରକାରଙ୍କ ବିରୋଧରେ ରାଜ୍ୟର ବିଭିନ୍ନ ସ୍ଥାନରେ ମୋର୍ଚ୍ଚା ପକ୍ଷରୁ ରାଲି ଓ ବିକ୍ଷୋଭର ଆୟୋଜନ କରାଯାଇଥିଲା।

ମହିଳାଙ୍କ ପ୍ରତି ବଢ଼ୁଥିବା ହିଂସା ଏବଂ ଦୁଷ୍କର୍ମ ମାମଲାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛି ଦଳ। ଦୁଷ୍କର୍ମକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ମୋର୍ଚ୍ଚା ପକ୍ଷରୁ ଭୁବନେଶ୍ୱରରେ ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ରାମ ମନ୍ଦିର ଯାଏଁ ଶୋଭାଯାତ୍ରା କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା।

Previous ArticleNext Article

Send this to a friend