ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ପୂର୍ବରୁ ବଲାଙ୍ଗିର ପୋଲିସ ଏହି ଘଟଣାର ତଦନ୍ତ କରିବା ସହ ରାଜ୍ୟ ବାହାରକୁ ଯାଇ ବି ଖାଲି ହାତରେ ଫେରିଛି।</p> <p>ଘଟଣାର ତୁରନ୍ତ ନ୍ୟାୟ ଦାବିକୁ ପାର୍ସଲ ବୋମା ବିସ୍ଫୋରଣରେ ମୃତ ସୌମ୍ୟଶେଖରଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ଏହାସହ ନିକଟରେ ଏକ ଭିଡିଓ ଜରିଆରେ ହସ୍ପିଟାଲରୁ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ପାଇଁ ନିବେଦନ କରିଥିଲେ ନବବଧୂ। ରୀମାରାଣି ସାହୁ। ଗତ ମାସ ୨୩ ତାରିଖରେ ପାର୍ସଲ ବୋମା ବିସ୍ଫୋରଣରେ ରୀମାଙ୍କ ସ୍ୱାମୀ ସୌମ୍ୟଶେଖର ଓ ତାଙ୍କ ଜେଜେ ମାଆ ପ୍ରାଣ ହରାଇଥିଲେ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।