ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ପୁରୀ(ଓଡ଼ିଶା ରିପୋର୍ଟର): ଆଜି ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା। ଆଜି ନରେନ୍ଦ୍ର ପୁଷ୍କରଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିପାଇଁ ଗତକାଲି ରାତିରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସଂପର୍ଣ୍ଣ କରାଯାଇଛି। ରାତି ୧୦ଟା ୫୦ ମିନିଟରେ ମହାପ୍ରଭୁଙ୍କ ରୋସ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା ଓ ଗୋପାଳ ବଲ୍ଲଭ ନୀତି କରାଯାଇଥିଲା। ରାତି ୧ଟା୨୦ ମିନିଟରେ ମହାପ୍ରଭୁଙ୍କ ସକାଳ ଧୂପ କରାଯାଇ ଖେଚୁଡି ଭୋଗ କରାଯାଇଥିଲା।</p> <p>ସେପଟେ ଆଜିଠୁ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ରଥ ନିର୍ମାଣ ପାଇଁ ବନଯାଗ ପୂଜା ସହ ରଥ କାମର ଶୁଭ ଅନୁକୂଳ କରାଯିବ। ଏଥିପାଇଁ ରଥଖଳା ମଧ୍ୟ ପ୍ରସ୍ତୁତ ରହିଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।