ଗାଁ ନଦୀପଠାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବରଗଡ଼(ଓଡ଼ିଶା ରିପୋର୍ଟର): ବରଗଡ ଜିଲ୍ଲା ଡାଙ୍ଗ ଗାଁ ନଦୀ ପଠାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ କାହ୍ନୁ ମେହେର।

ଆଜି ସକାଳେ ନଦୀ ପଠାରେ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଏବଂ ଡଗ ସ୍କ୍ୱାର୍ଡ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ। କାହ୍ନୁଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି।  ପୋଲିସ ଘଟଣାର ତଦନ୍ତ କରୁଛି।

Previous ArticleNext Article

Send this to a friend