ଡିପ ଡିପ୍ରେସନରେ ପରିଣତ ହେବ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ୱର :ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଡ୍ରିପେସନ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।  ଡ୍ରିପେସନ୍ କ୍ରମେ  ଅଧିକ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଡିପ୍ ଡ୍ରିପେସନରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ତେବେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏଭଳି ବର୍ଷା […]

barasha

barasha

Rakesh Mallick
  • Published: Tuesday, 28 July 2015
  • Updated: 28 July 2015, 06:19 AM IST

Sports

Latest News

ଭୁବନେଶ୍ୱର :ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଡ୍ରିପେସନ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।  ଡ୍ରିପେସନ୍ କ୍ରମେ  ଅଧିକ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଡିପ୍ ଡ୍ରିପେସନରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ତେବେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ସୂଚନାଯୋଗ୍ୟ, ଗତକାଲି ଏହା ଡିପ୍ରେସନର ରୁପ ନେଇଥିଲା। ଗତକାଲି ସନ୍ଧ୍ୟା ସାଢେ ୮ଟା ସୁଦ୍ଧା ବାଲେଶ୍ୱରର ପୂର୍ବ ଦିଗରେ ୩୪୦ କିଲୋମିଟର ଦୂରରେ ଘନୀଭୂତ ହୋଇଥିଲା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା  ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଉପକୂଳବର୍ତ୍ତୀ ଅଞ୍ଚଳରେ ୪୫ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ୱର ବିପଦ ସଙ୍କେତ ଜାରି କରାଯାଇଛି। ଏଣୁ ମତ୍ସ୍ୟ ଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos