ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଅନୁଗୋଳ(ଓଡ଼ିଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ଘଟିଛି। ଏମ୍‌ସିଏଚ୍‌ର ଟୀକାକରଣ ଗୃହରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଛି। ଭୋର୍ ପ୍ରାୟ ସାଢ଼େ ୪ଟାରୁ ୫ଟା ଭିତରେ ଷ୍ଟାବଲାଇଜରରେ ସର୍ଟ ସର୍କିଟ ଲାଗି ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲାଗିଯିବାରୁ ପ୍ରସୂତି ମହିଳା ପିଲାଙ୍କୁ ଧରି ବାହାରକୁ ଚାଲି ଆସିଥିଲେ।</p> <p>ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ତେବେ ହସ୍ପିଟାଲ ପରିସରରେ ଏହାକୁ ନେଇ ଉତ୍ତେଜନା ଦେଖା ଦେଇଥିଲା।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।