ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଖଇରା ବ୍ଳକ୍‌ ଭାଟପଡ଼ା ଗ୍ରାମର ଆନନ୍ଦ ଶିଅଳଙ୍କ ଘରେ ଆଜି ଗ୍ୟାସ ଟାଙ୍କିରେ ନିଆଁ ଲାଗିଯାଇଥିଲା। ଆନନ୍ଦଙ୍କ ସ୍ତ୍ରୀ ଚା’ କରୁଥିବା ବେଳେ ହଠାତ୍‌ ଗ୍ୟାସ୍‌ ସିଲିଣ୍ଡରରେ ନିଆଁ ଲାଗି ଯାଇଥିଲା। ଏହାଦେଖି ଗାଁ ଲୋକେ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ହେଲେ ନିଆଁକୁ ଆୟତ୍ତ କରିପାରି ନଥିଲେ। ଖବର ପାଇ ଖଇରାରୁ ଦମକଳ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଥିଲା।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।