ନାବାଳିକାକୁ କାଜୁ ବଗିଚାକୁ ଟେକିନେଇ…

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା  ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ଗତକାଲି ରାତିରେ ବାଡିପଟେ ଶୌଚ ପାଇଁ ଯାଇଥିବା ବେଳେ ଏହାର ସୁଯୋଗ ନେଇ ୪ ଜଣ ଦୁର୍ବୃତ୍ତ ତାଙ୍କୁ କାଜୁ ବଗିଚାକୁ ଟେକି ନେଇ ଦୁଷ୍କର୍ମ କରିଥିଲେ। ୪ ଜଣଙ୍କ ନାଁରେ ଜଗନ୍ନାଥପ୍ରସାଦ ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତା। ଏହି ଘଟଣାରେ ପୋଲିସ୨ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି। ଆଉ ୨ ଅଭିଯୁକ୍ତ ଫେରାର ଅଛନ୍ତି।

ପୋଲିସ ପୀଡ଼ିତାଙ୍କୁ ଡାକ୍ତରୀ ମାଇନା ପାଇଁ ବ୍ରହ୍ମପୁର ମେଡିକାଲକୁ ପଠାଇଛି। ସମସ୍ତ ୪ ଅଭିଯୁକ୍ତଙ୍କ ଗିରଫ ଦାବିରେ ପୀଡ଼ିତାଙ୍କ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି।

 

Previous ArticleNext Article

Send this to a friend