ମାର୍ଚ୍ଚ ୩୧ ସୁଦ୍ଧା ଗ୍ରାମାଞ୍ଚଳରେ ୧୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟର ଗ୍ରାମାଞ୍ଚଳରେ ୧୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ଗ୍ରାମାଞ୍ଚଳର ସଡ଼କ, ପାଣି ଓ ବିଜୁଳି କ୍ଷେତ୍ରରେ ଏହି ଅର୍ଥ ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ସମ୍ପର୍କିତ ଫାଇଲ୍‌ରେ ମୋହର ମାରିଛନ୍ତି। ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଏହି ଅର୍ଥ ଖର୍ଚ୍ଚ କରିବାକୁ ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ୧୦ଟି ଜିଲ୍ଲାରେ ଏହି ଯୋଜନା କାର୍ଯ୍ୟକାରୀ ହେଉଥିଲା। ବିଆରଜିଏଫ୍‌ […]

aruna

aruna

Rakesh Mallick
  • Published: Saturday, 17 December 2016
  • Updated: 17 December 2016, 08:03 PM IST

Sports

Latest News

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟର ଗ୍ରାମାଞ୍ଚଳରେ ୧୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ଗ୍ରାମାଞ୍ଚଳର ସଡ଼କ, ପାଣି ଓ ବିଜୁଳି କ୍ଷେତ୍ରରେ ଏହି ଅର୍ଥ ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ସମ୍ପର୍କିତ ଫାଇଲ୍‌ରେ ମୋହର ମାରିଛନ୍ତି।

ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଏହି ଅର୍ଥ ଖର୍ଚ୍ଚ କରିବାକୁ ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ପୂର୍ବରୁ ୧୦ଟି ଜିଲ୍ଲାରେ ଏହି ଯୋଜନା କାର୍ଯ୍ୟକାରୀ ହେଉଥିଲା। ବିଆରଜିଏଫ୍‌ ଯୋଜନାରେ କେନ୍ଦ୍ର ସରକାର ରାଜ୍ୟର ୨୦ଟି ଜିଲ୍ଲାରେ ବିଜୁଳି, ସଡ଼କ ଓ ପାଣି ପାଇଁ ଅର୍ଥ ପ୍ରଦାନ କରୁଥିଲେ। କେନ୍ଦ୍ର ଏହି ଯୋଜନାରେ ଅର୍ଥ ଦେବା ବନ୍ଦ କରିଦେବା ପରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଗୋପବନ୍ଧୁ ଗ୍ରାମୀଣ ଯୋଜନା ସମ୍ପ୍ରସାରିତ କରାଯାଇଥିବା ପଞ୍ଚାୟତିରାଜ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos