ଜୁନ୍‌ରେ ଉଦଘାଟନ ହେବ ଗୁରୁପ୍ରିୟା ସେତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଲକାନଗିରି ବିଚ୍ଛିନ୍ନାଞ୍ଚଳବାସୀଙ୍କ ବହୁ ଦିନର ସ୍ୱପ୍ନ ପୂରଣ ହେବାକୁ ଯାଉଛି। ଆସନ୍ତା ମାସରେ ଉଦଘାଟନ ହେବ ଗୁରୁପ୍ରିୟା ସେତୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେତୁର ଉଦଘାଟନ କରିବେ ବୋଲି ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ସୂଚନା ଦେଇଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ସମୀକ୍ଷା କରିବା ପରେ ପ୍ରଫୁଲ୍ଲ ଏହି ସୂଚନା ଦେଇଛନ୍ତି।  ରାଜ୍ୟର ମୂଳ ଭୂଖଣ୍ଡ ସହିତ ମାଲକାନଗିରିର ବିଚ୍ଛିନ୍ନାଞ୍ଚଳକୁ ସଂଯୋଗ କରିବ ଗୁରୁପ୍ରିୟା ସେତୁ।  ଏହା ଫଳରେ ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଗମନାଗମନର ସୁବିଧା ହେବ।

Previous ArticleNext Article

Send this to a friend