ଆସନ୍ତାକାଲିଠୁ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଟ୍ରପ୍ ଲାଇନ୍ ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।

ଆସନ୍ତାକାଲିଠୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ ହେବ। ୯ ଓ ୧୦ ଦୁଇଦିନ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ତେବେ ଗତବର୍ଷ ଜୁନ୍ ମାସରେ  ରାଜ୍ୟରେ -୨ ପ୍ରତିଶତ ବର୍ଷା ସ୍ୱାଭାବିକଠାରୁ କମ୍ ହୋଇଥିବା ବେଳେ ଚଳିତ ବର୍ଷ ୩୦ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି।

Previous ArticleNext Article

Leave a Reply

Send this to a friend