ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୫ରୁ ପ୍ରବଳ ବର୍ଷା

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ବଢ଼ିବ ବର୍ଷାର ପରିମାଣ। ୫ ତାରିଖ ଅର୍ଥାତ୍ ଗୁରୁବାର ଠାରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ରହୁଛି। ଏହାର ପ୍ରଭାବରେ ୫ ତାରିଖଠାରୁ ଦକ୍ଷିଣ ଓଡ଼ିଶାର କେତୋଟି ନିର୍ଦ୍ଦିଷ୍ଟ ସ୍ଥାନରେ ଅତ୍ୟଧିକ ବର୍ଷା ହେବ।

୬ ତାରିଖଠୁ ବର୍ଷା ପରିମାଣ ବଢିବ। ଓଡ଼ିଶାର ଅଧାରୁ ଅଧିକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପ୍ରତି ମୁହୂର୍ତ୍ତରେ ସଜାଗ ରହିବାକୁ ସତର୍କ କରାଯାଇଛି।

Previous ArticleNext Article

Send this to a friend