ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ସହ ହନୁମାନ ଜୟନ୍ତୀ। ଏହାସହ ଆଜି ଓଡ଼ିଆ ନବବର୍ଷ। ଶ୍ରୀମନ୍ଦିରରେ ପରମ୍ପରା ରୀତିନୀତିରେ ହନୁମାନ ଜୟନ୍ତୀ ପାଳନ କରାଯିବ। ସକାଳ ଧୂପରେ ହନୁମାନଙ୍କୁ ଏକ ସ୍ୱତନ୍ତ୍ର ବିମାନରେ ଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରାଯାଇ ଆଜ୍ଞାମାଳ ପ୍ରଦାନ କରାଯିବ। ସେଠାରୁ ଚକ୍ରତୀର୍ଥ ଦରିଆ ମହାବୀର ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରାଯିବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରାଯିବାର ବିଧିବିଧାନ ରହିଛି।</p> <p>ସେହିପରି ଶ୍ରୀକ୍ଷେତ୍ରରେ ମହାଆଡମ୍ୱରରେ ପଣା ସଂକ୍ରାନ୍ତି ମଧ୍ୟ ପାଳନ କରାଯାଉଛି। ବିଭିନ୍ନ ଆଖଡ଼ାରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯିବା ପରେ କୁସ୍ତି ଯୋଦ୍ଧାମାନେ କୁସ୍ତି ଯୋଦ୍ଧା ଶିକ୍ଷା ଆରମ୍ଭ କରିଥାନ୍ତି। ଏହାସହ ମହାପ୍ରଭୁ ଜଗନ୍ନାଥଙ୍କ ପଞ୍ଜିକା ଆଜିଠାରୁ ଆରମ୍ଭ ହେବ। ପଣା ସଂକ୍ରାନ୍ତିରେ ବିଭିନ୍ନ ସ୍ଥାନରେ ଚାଲିଥିବା ଝାମୁଯାତ୍ରା ଶେଷ ହୋଇଥାଏ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।