ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୧ ତାରିଖରେ ଚତୁର୍ଥ ପାଳିର ୪ ବର୍ଷ ପୂରଣ କରିବାକୁ ଯାଉଛି ଶାସକ ବିଜୁ ଜନତା ଦଳ(ବିଜେଡି)। ଏହାପୂର୍ବରୁ ଆସନ୍ତା ୮ ତାରିଖ ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ବିଭାଗର ରିପୋର୍ଟ କାର୍ଡ ନେବେ। ବିଭାଗୀୟ ସଚିବ ମାନଙ୍କ ଉପସ୍ଥିତିରେ ଆସନ୍ତା ୮ ତାରିଖ ଠାରୁ ସେ ସମସ୍ତ ବିଭାଗର ସମୀକ୍ଷା କରିବେ ବୋଲି ମନ୍ତ୍ରୀମାନଙ୍କୁ ଚିଠି ଲେଖିଛନ୍ତି। ନବୀନ ଏଥିସହ ପ୍ରତି ବିଭାଗର ୩ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମଧ୍ୟ ବିଭାଗୀୟ ମନ୍ତ୍ରୀମାନେ ତାଙ୍କୁ ଅବଗତ କରାଇବେ।</p> <p>ସରକାରଙ୍କ ଚତୁର୍ଥ ବର୍ଷ ପୂର୍ତ୍ତି ଅବସରରେ ବସିବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ସବୁ ବିଭାଗର ସଫଳତା ଜନସାଧାରଣଙ୍କ ଆଗରେ ରଖାଯିବ ବୋଲି ମନ୍ତ୍ରୀମାନଙ୍କୁ ଚିଠିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।