ଜୁଲାଇ ୨୯ରୁ ପ୍ରବଳ ବର୍ଷା!

ଭୁବନେଶ୍ୱର:  ପୁଣି ରାଜ୍ୟରେ ବଡ଼ ବର୍ଷାର ପୂର୍ବାନୁମାନ କରିଛନ୍ତି ପାଣପାଗ ବିଶେଷଜ୍ଞ। ଆସନ୍ତା ୨୯ ତାରିଖରେ ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଏବଂ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୋଆ ବିଶ୍ୱବିଦ୍ୟାଳୟର ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଆକଳନ ଅନୁଯାୟୀ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ […]

images

images

Rakesh Mallick
  • Published: Thursday, 26 July 2018
  • Updated: 26 July 2018, 05:41 PM IST

ଭୁବନେଶ୍ୱର:  ପୁଣି ରାଜ୍ୟରେ ବଡ଼ ବର୍ଷାର ପୂର୍ବାନୁମାନ କରିଛନ୍ତି ପାଣପାଗ ବିଶେଷଜ୍ଞ। ଆସନ୍ତା ୨୯ ତାରିଖରେ ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଏବଂ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୋଆ ବିଶ୍ୱବିଦ୍ୟାଳୟର ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଆକଳନ ଅନୁଯାୟୀ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜୁଲାଇ ୨୯ରୁ ଅଗଷ୍ଟ ୨ ଯାଏ ବର୍ଷା ହେବ। ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ବାକି ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆକଳନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos