ଅନୁଗୋଳ(ଓଡ଼ିଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ପାଲଲହଡ଼ା ଶିଳିଆମୁଣ୍ଡା ପୋଖରୀ ନିକଟରେ ଥିବା ଏକ ଅମରୀ ବୁଦାମୂଳରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ନବଜାତ ଶିଶୁଟିକୁ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁଟିକୁ ଉଦ୍ଧାର କରିଥିଲା। ଶିଶୁଟିକୁ ପାଲଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶିଶୁଟି ସୁସ୍ଥ ଥିବା ଜଣାପଡ଼ିଛି। ଜନ୍ମ ହେବା ପରେ କେହି ଶିଶୁଟିକୁ ଛାଡ଼ି ଚାଲିଯାଇଥିବା ସନ୍ଦେହ କରାଯାଉଛି। ଶିଶୁଟି ସୁସ୍ଥ ହେବା ପରେ ସିଡବ୍ଲୁସିକୁ ପଠାଯିବ ବୋଲି ସିଡିପିଓ କହିଛନ୍ତି।
ବୁଦାମୂଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର

Previous Articleଭଦ୍ରକ ପୌର ପରିଷଦର ଆଖପାଖରେ ଲାଗୁ ହେଲା ୧୪୪ ଧାରା