କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର: ସ୍ୱାଧୀନା ଦିବସ ଅବସରରେ ଭୁବନେଶ୍ୱରରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିବେ। ସେହିପରି ପୁରୀରେ କୃଷୀ ମନ୍ତ୍ରୀ ଦାମୋଦର ରାଉତ, ରାୟଗଡ଼ାରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଯାଜପୁରରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ମହାରଥୀ, ଭଦ୍ରକରେ ଦକ୍ଷତା ବିକାଶ ମନ୍ତ୍ରୀ ଉଷାଦେବୀ, କନ୍ଧମାଳରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ର, କଟକରେ ଯୋଗାଣ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର, କଳାହାଣ୍ଡି (ଭବାନୀପାଟଣା)ରେ ଗୃହ ଓ […]

indian-flag---story-size_647_081515021254

indian-flag---story-size_647_081515021254

Rakesh Mallick
  • Published: Wednesday, 09 August 2017
  • Updated: 09 August 2017, 10:42 PM IST

Sports

Latest News

ଭୁବନେଶ୍ୱର: ସ୍ୱାଧୀନା ଦିବସ ଅବସରରେ ଭୁବନେଶ୍ୱରରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିବେ। ସେହିପରି ପୁରୀରେ କୃଷୀ ମନ୍ତ୍ରୀ ଦାମୋଦର ରାଉତ, ରାୟଗଡ଼ାରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଯାଜପୁରରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ମହାରଥୀ, ଭଦ୍ରକରେ ଦକ୍ଷତା ବିକାଶ ମନ୍ତ୍ରୀ ଉଷାଦେବୀ, କନ୍ଧମାଳରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ର, କଟକରେ ଯୋଗାଣ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର, କଳାହାଣ୍ଡି (ଭବାନୀପାଟଣା)ରେ ଗୃହ ଓ ଅର୍ବାନ ଡେଭଲପ୍‌ମେଣ୍ଟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଜାତୀୟ ପତାକା ଉତ୍ତୋଳନ କରିବେ।

ନବରଙ୍ଗପୁରରେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଗଞ୍ଜାମରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି, ବାଲେଶ୍ୱରରେ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରା, ଢେଙ୍କାନାଳରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ପ୍ରତାପ ଜେନା, ଗଜପତିରେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ରମେଶ ଚନ୍ଦ୍ର ମାଝି, ସମ୍ୱଲପୁରରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଅନୁଗୋଳରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସୁନ୍ଦରଗଡ଼ରେ ବୟନ ଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ବରଗଡ଼ରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ନୃସିଂହ ଚରଣ ସାହୁ ଓ କେନ୍ଦୁଝରରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ଜାତୀୟ ପତାକା ଉତ୍ତୋଳନ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos