ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନକୁ ଦିନ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ସେଥିପାଇଁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ତେଣୁ ପେଟ୍ରୋଲ ଓ ଡିଜେଲକୁ ଜିଏସ୍ଟିରେ ପରିସରଭୁକ୍ତ କରିବାକୁ ଦାବି ହୋଇଆସୁଥିଲେ। ତେବେ ଏଥିପାଇଁ ସହମତି ପ୍ରକାଶ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଆଜି ଜିଏସ୍ଟି କାଉନ୍ସିଲ୍ ନିକଟରେ ଅପିଲ କରିଛନ୍ତି। ପେଟ୍ରୋଲ ଓ ଡିଜେଲ ଜିଏସ୍ଟି ଅଧୀନକୁ ଆସିଲେ ସମଗ୍ର ଦେଶରେ ଲୋକେ ସମାନ ମୂଲ୍ୟରେ ପାଇବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।