ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ପିପିଲି(ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା କଣାସର ଚୁପୁରିଙ୍ଗି ନିକଟରେ ଏକ ବସ୍‌ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ୬ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ କଣାସ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।</p> <p>ବସ୍‌ରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ। ସେମାନେ ଭଞ୍ଜନଗରରୁ ପୁରୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।