ସାଲେପୁର ପୀଡ଼ିତା ସଙ୍କଟାପନ୍ନ

କଟକ (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ସାଲେପୁର ଦୁଷ୍କର୍ମ ପୀଡ଼ିତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ଏବେ ୧୩ ଜଣିଆ ଡାକ୍ତରୀ ଦଳ ଚିକିତ୍ସା କରୁଛନ୍ତି। ତଥାପି ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟୁନି। ଏନେଇ ସୂଚନା ଦେଇଛନ୍ତି ଏସ୍‌ସିବିର ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା। ଗତ ୨୧ ତାରିଖ ରାତିରେ ସାଲେପୁର ଥାନା ଅଞ୍ଚଳରେ ଏକ ସ୍କୁଲ ବାରଣ୍ଡାରୁ ଜଣେ ୬ ବର୍ଷର ବାଳିକାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାକୁ ପ୍ରଥମେ ସାଲେପୁର […]

rape-graphics

rape-graphics

Rakesh Mallick
  • Published: Thursday, 26 April 2018
  • Updated: 26 April 2018, 06:04 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ସାଲେପୁର ଦୁଷ୍କର୍ମ ପୀଡ଼ିତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ଏବେ ୧୩ ଜଣିଆ ଡାକ୍ତରୀ ଦଳ ଚିକିତ୍ସା କରୁଛନ୍ତି। ତଥାପି ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟୁନି। ଏନେଇ ସୂଚନା ଦେଇଛନ୍ତି ଏସ୍‌ସିବିର ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା।

ଗତ ୨୧ ତାରିଖ ରାତିରେ ସାଲେପୁର ଥାନା ଅଞ୍ଚଳରେ ଏକ ସ୍କୁଲ ବାରଣ୍ଡାରୁ ଜଣେ ୬ ବର୍ଷର ବାଳିକାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାକୁ ପ୍ରଥମେ ସାଲେପୁର ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ନାବାଳିକାକୁ କେହି ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ କରିଥିବା ନେଇ ପରିବାର ଲୋକେ ସାଲେପୁର ଥାନାରେ ଅଭିଯୋଗ କରିଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକ ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାରୋକ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos