ଆସନ୍ତାକାଲିଠାରୁ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ତାପମାତ୍ରା ୪୦ ଡିଗ୍ରୀ ପାର ହେଲାଣି। ଏହାକୁ ଲକ୍ଷ୍ୟ ରଖି ଆସନ୍ତାକାଲିଠାରୁ ରାଜ୍ୟ ସରକାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହା ଜଣାପଡ଼ିଛି। ମେ’ ୧ ତାରିଖରୁ ଖରା ଛୁଟି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ମାତ୍ର ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଉଥିବାରୁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଦିନ ୯ଟା ବେଳକୁ ଖରା ଚାଇଁ ଚାଇଁ […]

school

school

Rakesh Mallick
  • Published: Tuesday, 24 April 2018
  • Updated: 24 April 2018, 07:54 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ତାପମାତ୍ରା ୪୦ ଡିଗ୍ରୀ ପାର ହେଲାଣି। ଏହାକୁ ଲକ୍ଷ୍ୟ ରଖି ଆସନ୍ତାକାଲିଠାରୁ ରାଜ୍ୟ ସରକାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହା ଜଣାପଡ଼ିଛି।

ମେ’ ୧ ତାରିଖରୁ ଖରା ଛୁଟି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ମାତ୍ର ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଉଥିବାରୁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଦିନ ୯ଟା ବେଳକୁ ଖରା ଚାଇଁ ଚାଇଁ ଲାଗୁଛି। ରାସ୍ତା ଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ଏହି ସମୟରେ ଛୋଟ ପିଲାମାନେ ସ୍କୁଲ ଆସି ଘରକୁ ଫେରିବାରେ ନାନା ଅସୁବିଧାରେ ସମ୍ମୁଖୀନ ହେଉଥିଲେ। ଏହାକୁ ଲକ୍ଷ୍ୟ କରି ରାଜ୍ୟ ସରକାର ଆଗୁଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଆସନ୍ତାକାଲିଠାରୁ ସ୍କୁଲ ଛୁଟି ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos