ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟରେ କିଛିଦିନ ଧରି ଗ୍ରୀଷ୍ମ ପ୍ରବାହ ଜାରି ରହିବା ପରେ ମିଳିଛି ସାମାନ୍ୟ ଆଶ୍ୱସ୍ତି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ଗତକାଲି ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଥିଲା।
ସେହପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଆଜିଠାରୁ ୧୭ ଯାଏଁ ରାଜ୍ୟରେ ତାପମାତ୍ରା କମିବାର ସମ୍ଭାବନା ରହିଛି। ତେବେ ତାପମାତ୍ରା କମିଲେ ମଧ୍ୟ ଗୁଳୁଗୁଳି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଗତକାଲି ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।