ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

rain

ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନର ରୁପ ନେଇଛି। ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ଓଡିଶାର ସମସ୍ତ ବନ୍ଦରରେ ୩ ନମ୍ୱର ବିପଦ ସଙ୍କେତ ଜାରି କରାଯାଇଛି । ଉପକୂଳବର୍ତ୍ତୀ ଅଞ୍ଚଳରେ ୪୫ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏଣୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ସତର୍କ ସୂଚନା ଜାରି ହୋଇଛି।

Previous ArticleNext Article

Send this to a friend