୧୭ରୁ ୧୯ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା

rain

ଭୁବନେଶ୍ୱର: ଆଣ୍ଡାମାନ ନିକୋବରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭବନା ରହିଛି। ଏହାର ପ୍ରଭାବରେ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବ।

ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଚଳିତବର୍ଷ ରାଜ୍ୟର ୫ଟି ସ୍ଥାନରେ ସାମାନ୍ୟ ଠାରୁ ୫ ପ୍ରତିଶତରୁ କମ୍ ବର୍ଷା ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେଲେ ସ୍ଥିତିରେ ସୁଧାର ଆସିବ ବୋଲି ଅନୁମାନ କରାଯାଉଛି।

Previous ArticleNext Article

Send this to a friend