ନବୀନଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ଜୟନାରାୟଣଙ୍କ ସମେତ ୩୦ ଅଟକ

jaya-narayana

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ସମ୍ବଲପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନବୀନଙ୍କ ଗସ୍ତ ପୂର୍ବରୁ ଆଜି ବିଜେପିର ପୂର୍ବତନ ବିଧାୟକ ଜୟନାରାୟଣ ମିଶ୍ରଙ୍କ ସମେତ ୩୦ ଜଣ କର୍ମୀଙ୍କୁ ପୋଲିସ ଅଟକ ରଖିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏମାନଙ୍କୁ ଅଟକ ରଖଶଯାଇଥିବା ପୋଲିସ କହିଛି।

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅଇଁଠାପାଲି ସ୍ଥିତ ପିଏଚ୍‌ଡି ପଡ଼ିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏହାସହ ଅଇଁଠାପାଲିରେ ଥିବା ନୂତନ ବସ୍‌ ଟର୍ମିନାଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

କ୍ଷେତରାଜପୁର ରେଳଷ୍ଟେସନଠାରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Previous ArticleNext Article

Send this to a friend