ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୭ଟା ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳିରେ ତିଆରି ପ୍ରସାଧନ ସାମଗ୍ରୀରେ ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାଆନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।