ବରଯାତ୍ରୀ ଶୋଭାଯାତ୍ରା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲେ ମହୁମାଛି। ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଭୂଶଳ ଗାଁରେ ଏହିଅଘଟଣ ଘଟିଛି। ମହୁମାଛିଙ୍କ ଆକ୍ରମଣରେ ୧୨ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଗୁରୁତର ଓ ଆହତମାନଙ୍କୁ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ଜଣେ ୮ବର୍ଷର ଶିଶୁ ରହିଥିବା ଜଣାପଡିଛି।
Also Read
ଗତକାଲି ରାତିରେ ତାଳଚେର ଡେରା ଅଞ୍ଚଳରୁଏକ ବରଯାତ୍ରୀ ଶୋଭାଯାତ୍ରା ବାହାରି ଭୁବନ ଥାନା ଅନ୍ତର୍ଗତ ଭୂଶଳ ଗାଁ ଅଭିମୁଖେ ଆସୁଥିଲା। ଏହି ସମୟରେ ଭୂଶଳ ଗାଁ ନିକଟରେ ମହୁମାଛିମାନେ ହଠାତ୍ ଉଡ଼ି ଆସି ବରଯାତ୍ରୀଙ୍କୁ ଆକ୍ରମଣ କରିଥିଲେ। ଜୀବନ ବିକଳରେ ବରଯାତ୍ରୀ ମାନେ ଦୌଡ଼ି ପଳାଇଥିଲେ। ମହୁମାଛି ଆକ୍ରମଣରେ ୧୨ ବରଯାତ୍ରୀ ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।