Advertisment

ମୁହାଁମୁହିଁ ଧକ୍କା ହେଲେ ଦିଲଖୁସ୍‌- ହ୍ୱାଇଟ ହର୍ସ ବସ୍‌ ; ଜଣେ ମୃତ, ୧୦ ଗୁରୁତର

ଦୁଇଟି ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଜଣ ଆହତ ହୋଇଛନ୍ତି।

Accident

Accident

Advertisment

ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଆସିକା ନିକଟ ଢ଼ଉଗାଁ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇଟି ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଜଣ ଆହତ ହୋଇଛନ୍ତି।

Advertisment

ଗତକାଲି ରାତିରେ ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିଲା ଦିଲଖୁସ ବସ୍ । ଉକ୍ତ ସମୟରେ ଆସିକା ଅଭିମୁଖେ ଆସୁଥିଲା ହ୍ୱାଇଟ ହର୍ସ ନାମକ ଯାତ୍ରୀବାହୀ ବସ୍‌। ମାତ୍ର ଢ଼ଉଗାଁ ଛକ ନିକଟରେ ଥିବା ହିନ୍ଦୁସ୍ତାନ ପେଟ୍ରୋଲ ପମ୍ପ ନିକଟରେ ଦ୍ରୁତ ଗତିରେ ଆସୁଥିବା ଦୁଇଟି ଯାତ୍ରୀବାହୀ ବସ ମୁହାଁମୁହିଁ ଧକ୍କା ହୋଇଥିଲେ।

ଏହି ଦୁର୍ଘଟଣାରେ ଦିଲଖୁସ୍ ବସର ଡ୍ରାଇଭର ବାଳକୃଷ୍ଣ ଗୌଡ଼ ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି। ଖବର ପାଇ ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରି ତୁରନ୍ତ ଆସିକା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ୩ ଜଣଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Advertisment
Road Accident Ganjam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe