ଜମ୍ମୁ କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ଟ୍ୟାକ୍ସି ଖାଇକୁ ଖସିପଡିବାରୁ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଜମ୍ମୁରୁ ଶ୍ରୀନଗର ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
ସୂଚନା ଅନୁସାରେ, ଗତକାଲି ବିଳମ୍ୱିତ ରାତିରେ ୧୦ ଜଣ ଯାତ୍ରୀ ଶ୍ରୀନଗରରୁ ଜମ୍ମୁ ଅଭିମୁଖେ ଯାଉଥିଲେ। ଏହି ସମୟରେ ରାମବନର ବ୍ୟାଟେରୀ ଚାଶମା ନିକଟରେ ଟ୍ୟାକ୍ସିଟି ଭାରସାମ୍ୟ ହରାଇ ଖାଇକୁ ଖସି ପଡିଥିଲା। ଖବର ପାଇ ସ୍ଥାନୀୟ ପୁଲିସ୍, ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (SDRF) ଏବଂ ରାମବନର ସିଭିଲ୍ କୁଇକ୍ ରେସପନ୍ସ ଟିମ୍ (QRT) ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ।
Also Read
ପ୍ରବଳ ବର୍ଷା ମଧ୍ୟରେ ଉଦ୍ଧାରକାରୀ ଟିମ୍ ସମସ୍ତ ମୃତଦେହ ଉଦ୍ଧାର କରିଛନ୍ତି। ମୃତକଙ୍କ ମଧ୍ୟରୁ ୨ଜଣଙ୍କର ପରିଚୟ ମିଳିଥିବା ବେଳେ ଅନ୍ୟମାନଙ୍କ ପରିଚୟ ଜଣାପଡିନାହିଁ।
ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ କେଉଁ କାରଣରୁ ଦୁର୍ଘଟଣ ଘଟିଲା, ସେନେଇ ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।