Advertisment

ଡିଭାଇଡରରେ ପିଟିହେଲା ବୋଲେରୋ; ୨ ମୃତ, ୧୦ ଆହତ

ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Road Accident

Road Accident

ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା ବୋଲେରୋ। ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮  ଜଣ ଆହତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ଅନ୍ତର୍ଗନ୍ତ ୧୪୩ ନମ୍ବର ଜାତୀୟ ରାଜପଥ ଧାନ ଘର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ବୋଲେରୋଟି ବାଲେଶ୍ୱର ଭୋଗରାଇରୁ ରାଉରକେଲା ଅଭିମୁଖେ ଯାଉଥିଲା।ଧାନ ଘର ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Sudargarh