Advertisment

ଗଛରେ ପିଟି ହେଲା ଯାତ୍ରୀବସ୍;୧୦ ଆହତ

ଆଜି ସକାଳେ ଯାତ୍ରୀବାହୀ ବସଟି ୨୦ଜଣ ଯାତ୍ରୀଙ୍କୁ ନେଇ ବ୍ରାହ୍ମଣୀଗାଁରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା।

ଅଦ୍ୟତନ ହୋଇଛି
Accident

Accident

Advertisment

ଏକ ଗାଡ଼ିକୁ ସାଇଡ ଦେବାକୁ ଯାଇ ଭାରସାମ୍ୟ ହରାଇ ଗଛରେ ପିଟି ହେଲା ଯାତ୍ରୀବସ୍। ଏହି ଦୁର୍ଘଟଣା ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଗଜପତି ଜିଲ୍ଲା ରାଇସିଂ ଘାଟି ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଆହତଯାତ୍ରୀଙ୍କୁ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Advertisment

ଆଜି ସକାଳେ ଯାତ୍ରୀବାହୀ ବସଟି ୨୦ଜଣ ଯାତ୍ରୀଙ୍କୁ ନେଇ ବ୍ରାହ୍ମଣୀଗାଁରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ରାଇସିଂ ଘାଟି ନିକଟରେ ଏକ ଗାଡ଼ିକୁ ସାଇଡ ଦେବାକୁ ଯାଇ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ପିଟି ହୋଇଥିଲା। ଦୁର୍ଘଟଣାରେ ଡ୍ରାଇଭର ଓ ହେଲପରଙ୍କ ସମେତ ୧୦ ଜଣ ଯାତ୍ରୀ ଆହତ ହୋଇଥିଲେ। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Gajpati
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe