ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଉଲିଆପଦା ଗାଁ ନିକଟସ୍ତ ବୁଲାଣିଆ ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଭାରାସାମ୍ୟ ହରାଇ ରାସ୍ତାକଡ଼କୁ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ବିଳମ୍ବିତ ରାତିରେ ବସ୍ଟି ୩୦ ଜଣ ଯାତ୍ରୀଙ୍କୁ ନେଇ ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଉଲିଆପଦା ଗାଁ ନିକଟସ୍ତ ବୁଲାଣିଆ ରାସ୍ତାରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ବିରିକୋଟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।