Advertisment

ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌

ଗତକାଲି ବିଳମ୍ବିତ ରାତିରେ ବସ୍‌ଟି ୩୦ ଜଣ ଯାତ୍ରୀଙ୍କୁ ନେଇ ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା।

Accident

Accident

Advertisment

ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଉଲିଆପଦା ଗାଁ ନିକଟସ୍ତ ବୁଲାଣିଆ ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଭାରାସାମ୍ୟ ହରାଇ ରାସ୍ତାକଡ଼କୁ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

Advertisment

ଗତକାଲି ବିଳମ୍ବିତ ରାତିରେ ବସ୍‌ଟି ୩୦ ଜଣ ଯାତ୍ରୀଙ୍କୁ ନେଇ ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଉଲିଆପଦା ଗାଁ ନିକଟସ୍ତ ବୁଲାଣିଆ ରାସ୍ତାରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ବିରିକୋଟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି। 

Road Accident Gajpati
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe