ରାସ୍ତାକଡ଼ରେ ଥିବା ଗଛକୁ ଭାରସାମ୍ୟ ହରାଇ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜି. ନୂଆଗାଁ ଛକରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କ ମଧ୍ୟରେ କଲେଜ ଛାତ୍ରଛାତ୍ରୀ ଥିବା ଜଣାପଡ଼ିଛି।
ଆଜି ଦିନ ପ୍ରାୟ ୧୧ଟା ସମୟରେ ଚିକମିକ ନାମକ ଯାତ୍ରୀବାହୀ ବସ୍ଟି ଭଞ୍ଜନଗରରୁ ବୁଗୁଡ଼ା ଅଭିମୁଖେ ଆସୁଥିଲା। ଜି.ନୂଆଗାଁ ବ୍ରିଜ ନିକଟରେ ବସ୍ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ କଲେଜ ଛାତ୍ରଛାତ୍ରୀଙ୍କ ସମେତ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ।
Also Read
ଚାଳକ ମଦ ପିଇ ଗାଡ଼ି ଚଲାଇବା ଯୋଗୁ ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।