Advertisment

ଟ୍ରକକୁ ପଛରୁ ପିଟିଲା ‘ନାୟକ’ ବସ୍; ୧୦ ଆହତ

ପୁଲିସ ଦୁର୍ଘଟଣାଗ୍ରସ୍ତ ବସକୁ ଜବତ କରି ଘଟଣାର ତଦନ୍ତ କରୁଛି।

ଅଦ୍ୟତନ ହୋଇଛି
Road accident

Road accident

Advertisment

ଟ୍ରକ ପଛରୁ ପିଟିଲା ଯାତ୍ରୀ ବାହୀ ବସ୍‌। ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବଡ଼ଚଣା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। 

Advertisment

ଆଜି ନାୟକ’ ନାମକ ଏକ ଯାତ୍ରୀବାହୀ ବସ୍ ବାଲେଶ୍ୱରରୁ ଭୁବନେଶ୍ଵର ଅଭିମୁଖେ ଆସୁଥିଲା। ଏହି ସମୟରେ ବଡ଼ଚଣା ଛକ ନିକଟରେ ଏକ ଗହମ ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା।

ଦୁର୍ଘଟଣାରେ ବସ୍‌ରେ ଥିବା ୧୦ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ୨ଜଣଙ୍କ ଅବସ୍ଥା ଗୁରତର ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ବସକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Jajpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe