ଝାରସୁଗୁଡା- ବେଲପାହାଡ ରାସ୍ତାର ତାରିଣୀ ମନ୍ଦିର ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ଶିକ୍ଷକଶିକ୍ଷୟିତ୍ରୀ ଥିବା ଜଣାଯାଇଛି।
ଆଜି ସକାଳେ ସ୍କୁଲ ବସଟି ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନେଇ ଝାରସୁଗୁଡାରୁ ବନ୍ଧବାହାଲ ଅଭିମୁଖେ ଯାଉଥିଲା। ଜାତୀୟ ରାଜପଥ ୪୯ ତାରିଣୀ ମନ୍ଦିର ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍ ସହ ବସ୍ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ବସରେ ଡ୍ରାଇଭରଙ୍କୁ ମିଶାଇ ୨୫ ଜଣ ଥିଲେ।
Also Read
ପୁଲିସ ବସ୍ ଓ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ବସ୍ ଓ ଟ୍ରକର ସମ୍ମୁଖ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।