/odisha-reporter/media/post_attachments/uploadimage/library/16_9/16_9_0/Accident_1723088811.jpg)
Accident
ତେଲ ଟ୍ୟାଙ୍କରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ହଜାରୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Advertisment
ଆଜି ସକାଳେ ବସ୍ଟି ଯାତ୍ରୀମାନଙ୍କୁ ନେଇ ପାରାଦୀପରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିଲା। ହଜାରୀ ଛକ ନିକଟରେ ତେଲ ଟ୍ୟାଙ୍କରକୁ ବସ୍ଟି ଧକ୍କା ଦେଇଥିଲା। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।
ଆହତ ଯାତ୍ରୀମାନଙ୍କୁ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଯାତ୍ରୀଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୁଲିସ ବସ୍ ଓ ତେଲ ଟ୍ୟାଙ୍କରକୁ ଜବତ କରି ଘଟଣାର ତଦନ୍ତ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
