ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ବରଯାତ୍ରୀ ବସ୍। ଦୁର୍ଘଟଣାରେ ୧୦ରୁ ଅଧିକ ବରଯାତ୍ରୀ ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ତାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଆଜି ଭୋର ୪ଟାରେ ବାରଯାତ୍ରୀମାନେ ଏକ ବସ୍ ଯୋଗେ ଜାମସେଦପୁରରୁ ଏକ ବିବାହ କାର୍ଯ୍ୟରେ ଯୋଗଦେଇ ଯାଜପୁରକୁ ଫେରୁଥିଲେ। ଏହି ସମୟରେ ତାଟ ଛକ ନିକଟରେ ଏକ ଟ୍ରକ ରାସ୍ତାକଡ଼ରେ ଠିଆ ହୋଇଥିଲା। ବସ୍ଟି ଭାରସାମ୍ୟ ହରାଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା।
Also Read
ଦୁର୍ଘଟଣାରେ ୧୦ରୁ ଅଧିକ ବରଯାତ୍ରୀ ଆହତ ହୋଇଥିଲେ। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍ରେ ୪୧ ଜଣ ବରଯାତ୍ରୀ ଥିଲେ। ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ରୋଲରକୁ ପିଟିଲା ବସ୍, ୧୫ ଆହତ
ଆଜି ସକାଳେ ବସ୍ଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଆସୁଥିଲା
Accident
ବାଇକ୍ରେ ଯାଉଥିଲେ; ୪ ଯୁବକଙ୍କ ଉପରେ ମାଡ଼ିଗଲା ମାଲବାହୀ ଟ୍ରକ୍
ଆଜି ସକାଳେ ବୈପାରୀଗୁଡ଼ା ବ୍ଲକ ବିଚଲକଟା ଗ୍ରାମର ୪ଜଣ ଯୁବକ ବାଇକ୍ ଯୋଗେ କୌଣସି କାମରେ ଯାଉଥିଲେ।
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।