Advertisment

ଟ୍ରକକୁ ପିଟିଲା ବରଯାତ୍ରୀ ବସ୍; ୧୦ ଆହତ

ବସ୍‌ରେ ୪୧ ଜଣ ବରଯାତ୍ରୀ ଥିଲେ।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ବରଯାତ୍ରୀ ବସ୍। ଦୁର୍ଘଟଣାରେ ୧୦ରୁ ଅଧିକ ବରଯାତ୍ରୀ ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ତାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Advertisment

ଆଜି ଭୋର ୪ଟାରେ ବାରଯାତ୍ରୀମାନେ ଏକ ବସ୍ ଯୋଗେ ଜାମସେଦପୁରରୁ ଏକ ବିବାହ କାର୍ଯ୍ୟରେ ଯୋଗଦେଇ ଯାଜପୁରକୁ ଫେରୁଥିଲେ। ଏହି ସମୟରେ ତାଟ ଛକ ନିକଟରେ ଏକ ଟ୍ରକ ରାସ୍ତାକଡ଼ରେ ଠିଆ ହୋଇଥିଲା। ବସ୍‌ଟି ଭାରସାମ୍ୟ ହରାଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା।

ଦୁର୍ଘଟଣାରେ ୧୦ରୁ ଅଧିକ ବରଯାତ୍ରୀ ଆହତ ହୋଇଥିଲେ। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍‌ରେ ୪୧ ଜଣ ବରଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Mayurbhanj
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe