ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବସ୍। ଦୁର୍ଘଟଣାରେ ୧୦ରୁ ଅଧିକ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ଅନ୍ତର୍ଗତ ନୂଆପଡ଼ା ଛକ ବୁଲାଣୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।
ଶୁଭମ୍ ନାମକ ଯାତ୍ରୀବାହୀ ବସଟି ୫୦ଜଣରୁ ଅଧିକ ଯାତ୍ରୀ ନେଇ ଭୁବନେଶ୍ୱରରୁ ହୀରାକୁଦ ଅଭିମୁଖେ ଯାଉଥିଲେ। ନୂଆପଡ଼ା ଛକ ନିକଟରେ ଆଜି ଭୋର ୫ଟା ସମୟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।
ଯାତ୍ରୀମାନେ କାଚ ଭାଙ୍ଗି ବାହାରକୁ ଆସିଥିଲେ। ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ପ୍ରଥମେ ରେଢାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏପରି ଦୁର୍ଘଟଣା ଘଟିଛି ବୋଲି ଯାତ୍ରୀମାନେ କହିଛନ୍ତି। ପୁଲିସ ଦୁର୍ଘଟଣାଗ୍ରସ୍ତ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।