ବାଲେଶ୍ୱର ଜିଲ୍ଲା NH-୧୬ର ନନ୍ଦିକା ଛକ ନିକଟରେ ଆଜି ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ପିକ୍ଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ୧୦ ଜଣ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପିକ୍ଅପ୍ ଭ୍ୟାନ୍ରେ ୪୦ରୁ ଅଧିକ ଶ୍ରମିକ ମୟୂରଭଞ୍ଜର ବାର ମାଇଲ୍ରୁ କମର୍ଦା ଅଞ୍ଚଳକୁ ବିଲ କାମ କରିବା ପାଇଁ ଆସୁଥିଲେ। ନନ୍ଦିକା ବାଇପାସ ନିକଟରେ ପିକ୍ଅପ୍ ଭ୍ୟାନ୍ର ଟାୟାର ଫାଟି ଯାଇଥିଲା। ଫଳରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।
Also Read
ଦୁର୍ଘଟଣାରେ ୧୦ରୁ ଅଧିକ ଶ୍ରମିକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲର ଭର୍ତ୍ତି କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।