Advertisment

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡ଼ି; ୧୨ ଶ୍ରମିକ ଆହତ

ଜଣେ ଶ୍ରମିକ ଏବେବି ଗାଡ଼ି ତଳେ ଚାପି ହୋଇ ରହିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Road Accident

Road Accident

ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୨ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଅଡବା ଥାନା କଟାମାରୁ ୧୨ ଜଣ ଶ୍ରମିକ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ଏହି ସମୟରେ ତପ୍ତପାଣି ବୁଲାଣିଆ ଘାଟିରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଗାଡ଼ି ତଳେ ୨ଜଣ ଶ୍ରମିକ ଚାପି ହୋଇ ରହିଯାଇଥିବା ବେଳେ ସ୍ଥାନୀୟ ଲୋକେ ଜଣଙ୍କୁ ଉଦ୍ଧାର କରିଥିଲେ। ଅନ୍ୟ ଜଣେ ଶ୍ରମିକ ଏବେବି ଗାଡ଼ି ତଳେ ଚାପି ହୋଇ ରହିଛନ୍ତି।

ପାଟପୁର ପୁଲିସ ଓ ମୋହନା ଓ ସାନ ଖେମୁଣ୍ଡି ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତମାନଙ୍କୁ ଦିଗପହଣ୍ଡି ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Advertisment
Ganjam Road Accident