ଶନିବାର (ଗତକାଲି) ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେହିପରି ୮ଟି ଗୋରୁଙ୍କ ମୃତ୍ୟୁ ଘଟିଛି।
ବଜ୍ରପାତ ଯୋଗୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ବୌଦ୍ଧ, ଢେଙ୍କାନାଳ, ଗଜପତି, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। କଟକ ଓ ଗଞ୍ଜାମ ଜିଲ୍ଲାରେ ଜଣେ ଲେଖାଏଁ ଆହତ ହୋଇଛନ୍ତି।
ଗଜପତି ଜିଲ୍ଲାରେ ଗତକାଲି ବଜ୍ରପାତରେ ୬ଟି ଗୋରୁଙ୍କ ମୃତ୍ୟୁ ଘଟିଥିବା ବେଳେ କନ୍ଧମାଳ ଜିଲ୍ଲାରେ ୨ଟି ଗୋରୁଙ୍କ ମୃତ୍ୟୁ ହୋଇଛି।
ବଜ୍ରପାତରେ ପ୍ରାଣ ହରାଇଥିବା ପ୍ରତ୍ୟେକ ଲୋକଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ପ୍ରଦରନ କରାଯିବ ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନ (ଏସ୍ଆର୍ସି)ଙ୍କ ପକ୍ଷରୁ କୁହାଯାଇଛି। ସେହିପରି ଯେଉଁମାନଙ୍କର ଗୋରୁ ମରିଛନ୍ତି, ସେମାନଙ୍କୁ ନିୟମ ଅନୁଯାୟୀ ସହାୟତା ପ୍ରଦାନ କରାଯିବ ବୋଲି କୁହାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।