ରାସ୍ତାଉପରେ ଶୋଇଥିବା ଗୋରୁଙ୍କୁ ଧକ୍କା ଦେଇ ଚା’ ଦୋକାନ ଉପରେ ମାଡ଼ିଗଲା ଟ୍ରକ୍। ଦୁର୍ଘଟଣା ୧୩ ଗୋରୁଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ସୌଭାଗ୍ୟ ବଃଶତ ଚା’ ଦୋକାନୀର କିଛି ହୋଇ ନାହିଁ। ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ବାରିହାପୁର ଗାଁ ନିକଟରେ।
ଆଜି ଭୋର ସମୟରେ ଟ୍ରକ୍ଟି ତାଳଚେରରୁ କାମାକ୍ଷାନଗର ଅଭିମୁଖେ ଯାଉଥିଲା। ଏହି ସମୟରେ ବାରିହାପୁର ଗାଁ ନିକଟରେ ରାସ୍ତା ଉପରେ ଗୋରୁ ଗୁଡ଼ିକ ଶୋଇଥିଲେ। ଟ୍ରକ୍ଟି ଦ୍ରୁତ ଗତିରେ ଆସି ଗୋରୁଙ୍କ ଉପରେ ମାଡ଼ି ଯାଇଥିଲା। ପରେ ଚା’ ଦୋକାନ ଉପରେ ମାଡ଼ି ଯାଇଥିଲା। ଦୁର୍ଘଟଣାରେ ୧୩ଟି ଗୋରୁଙ୍କର ମୃତ୍ୟୁ ଘଟିଥିବା ବେଳେ ଚା’ ଦୋକାନୀର କିଛି ହୋଇ ନାହିଁ।
Also Read
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।
Accident
ଜଳିଗଲା ଧାନ ଗଦା, ୧୩ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରଙ୍ଗରୁଟ ହେଲା କାଳ; ଜଣଙ୍କ ଜୀବନ ଗଲା, ଆଉ ଜଣେ ଗୁରୁତର
ରଙ୍ଗରୁଟରେ ଗାଡ଼ି ନେବାରୁ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି।
Accident
ଫାଟକରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ! ମାଡ଼ିଗଲା ଟ୍ରେନ୍, ୨ ମୃତ
ଟ୍ରେନ୍ ଆସୁଥିବାରୁ ରାତି ପ୍ରାୟ ୯ଟା ବେଳେ କଳୁଙ୍ଗା ରେଳ ଫାଟକ ପଡ଼ିଥିଲା। ଠିକ୍ ସେତିକି ବେଳେ ୫ ଜଣ ଯୁବକ ୩ଟି ବାଇକ୍ରେ ଆସିଥିଲେ। ଫାଟ୍କ ପଡ଼ିଥିବା ଦେଖି ସମସ୍ତେ ରେଳ ଫାଟକ ପାର୍ଶ୍ୱରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ।