Advertisment

ବୁଡ଼ ପକାଇବାକୁ ଯିବା ବେଳେ ଓଲଟିଲା ଡାଲା ଅଟୋ; ୧୩ ଆହତ

ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Accident

Accident

ମକର ସଂକ୍ରାନ୍ତିରେ ବୁଡ଼ ପକାଇବାକୁ ଯିବା ବେଳେ ବାଟରେ ଓଲଟିଲା ଡାଲା ଅଟୋ। ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଆସିକାର ପୁଡୁଗେଶ୍ୱର ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ। ଏହି ସମୟରେ ପୁଡୁଗେଶ୍ୱର ମନ୍ଦିର ନିକଟରେ ଡାଲା ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଆସିକା ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। 

Advertisment
Ganjam Accident