Advertisment

ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା; ୧୪ ଆହତ

ଦୁର୍ଘଟଣା ପରେ ବସ୍‌ ଓ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

Road accident

Road accident

Advertisment

ଯାଜପୁର ଜିଲ୍ଲା ସଦର ଥାନା ବରୁହାଁ କବୀରପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୪ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥାରେ ଗୁରୁତର ରହିଛି। ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ୩୫ ଜଣ ଯାତ୍ରୀଙ୍କୁ ନେଇ ବରୀ କାଇପଡ଼ାରୁ କଟକ ଆସୁଥିଲା। କବୀରପୁର ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ବସ୍‌ ଓ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Jajpur Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe