ଚକା ଫାଟି ଯିବାରୁ ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସରକାରୀ ବସ୍। ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କୁଶାମାଲ ଗାଁ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଆଜି ସକାଳେ ବସ୍ଟି ଯାତ୍ରୀମାନଙ୍କୁ ନେଇ ବରଗଡ଼ରୁ ନବରଙ୍ଗପୁର ଅଭିମୁଖେ ଯାଉଥିଲା। କୁଶାମାଲ ଗାଁ ନିକଟରେ ବସ୍ର ଚକାଟି ଫାଟିଯାଇଥିଲା। ବସ୍ଟି ଭାରସାମ୍ୟ ହରାଇ ବିଲ ଭିତରକୁ ପଶି ଯାଇଥିଲା।
Also Read
ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ପାର୍ଟି ସରିଲା ଲୁହରେ; ଅଧା ବାଟରେ ଲିଭିଗଲା ୬ ସାଙ୍ଗଙ୍କ ଜୀବନ ଦୀପ
ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାର୍ ଚୂରମାର୍ ହୋଇ ଯାଇଥିବାବେଳେ ମୃତକଙ୍କ ମୁଣ୍ଡଗଣ୍ଡି ଅଲଗା ହୋଇଯାଇଛି।
Accident
ବୋଇତ ବନ୍ଦାଣ ଉତ୍ସବ ବେଳେ ଅଘଟଣ, ମଝି ସମୁଦ୍ରରେ ଫସିଲା ଦୁଇ ବୋଟ୍
ସାଧବ ପୁଅଙ୍କୁ ନେଇ ସମୁଦ୍ରକୁ ଯାଇଥିବା ଦୁଇ ବୋଟ୍ ସମୁଦ୍ର ମଝିରେ ଫସି ରହିଛି। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ପ୍ରାୟ ୫୦ରୁ ଅଧିକ ଲୋକ ମଝି ସମୁଦ୍ରରେ ଫସି ରହିଛନ୍ତି।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।