ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଆଜି ସକାଳେ ଯାତ୍ରୀବାହୀ ବସ୍ଟି ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ପଶ୍ଚିମବଙ୍ଗ ନାରାୟଣଗରର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।
Also Read
ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ପ୍ରଥମେ ମକ୍ରମପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ମେଦିନପୁରକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ଗୋଡ଼ କଟିଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।